Header-News-Banner

ଦନ୍ତେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟ ବେହେରାରେ ବାର୍ଷିକ କ୍ରୀଡ଼ାର ଶୁଭ ଉଦ୍ଘାଟନ

0
IMG-20251127-WA0077

କଳାହାଣ୍ଡି, ଧର୍ମଗଡ ଉପଖଣ୍ଡ ୨୭/୧୧: ରୁପେନ୍ଦ୍ର ସୁନାନୀ:
କଳାହାଣ୍ଡି ଜିଲ୍ଲା, ଧର୍ମଗଡ ବ୍ଲକ, ବେହେରା ସ୍ଥିତ ଦନ୍ତେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର ଶୁଭ ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୁପେନ୍ଦ୍ର ବାଣୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଜିଲ୍ଲା ପଞ୍ଚାୟତ ଅଧିକାରୀ ଧର୍ମାନନ୍ଦ ସେଠିଆ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ ବାର୍ଷିକ କ୍ରୀଡ଼ାର ଶୁଭ ଉଦ୍ଘାଟନ କରିଥିଲେ। ଏହି ଅବସରରେ ମୁଖ୍ୟ ବକ୍ତା ଭାବରେ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଖେଳ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ଯୋଗଦାନ କରିଥିବା ବେଳେ,ସମ୍ମାନୀତ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ତୁଳସୀ ରାମ ବାରିକ, ପୂର୍ବତନ ବ୍ଳକ ଅଧ୍ୟକ୍ଷ ବଳରାମ ପୂଝାରୀ, ବିଶିଷ୍ଟ କଳାକାର ତଥା ସମାଜସେବୀ ଖିତିରାମ ସାହୁ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।ବିଦ୍ୟାଳୟର ଶିକ୍ଷକ ଚକ୍ରଧର ବାରିକ, ପ୍ରେମଲାଲ କାଣ୍ଡ ଏବଂ ସଚ୍ଚିଦାନନ୍ଦ ଗଉଡ ବାର୍ଷିକ କ୍ରିଡ଼ା ଉତ୍ସବର ଉଦ୍ଘାଟନୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଖେଳ ଶିକ୍ଷକ ଛବିଲାଲ ନାଏକ ସହ ଅନ୍ୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କ୍ରୀଡ଼ା ପ୍ରତିଯୋଗିତା ପରିଚାଳନାରେ ସହଯୋଗ କରିଥିଲେ। ଦୁଇ ଦିନ ବ୍ୟାପୀ ହେବାକୁ ଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାର ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ୧୦୦ ମିଟର ଦୌଡ, ଉଚ୍ଚ ଡିଆଁ, ଲମ୍ବ ଡିଆଁ ଏବଂ ମନ୍ଥର ସାଇକେଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *