Header-News-Banner

ମସ୍କାଗୁଡା କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି

0
IMG-20251013-WA0113

ଲାଞ୍ଜିଗଡ଼,୧୩/୧୦(ଜଗତ ପାତ୍ର): ଲାଞ୍ଜିଗଡ଼ ବ୍ଲକ କମର୍ଦ୍ଧା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମସ୍କାଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଅଧିବେଶନରେ ମୁଖ୍ୟଅତିଥି ଭାବେ କମର୍ଦ୍ଧା ସରପଞ୍ଚ ସୁଶୀଳା ନାଏକ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢଳଦେବ ମୁଣ୍ଡ, ମଧୁ ମହେଶ୍ୱର ବୁଦ୍ଧିଆ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ହିମାଂଶୁ ମହାପାତ୍ର, କମର୍ଦ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଅର୍ଚନା ମିଶ୍ର, ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ପ୍ରକାଶଚନ୍ଦ୍ର ପଧାନ ଏବଂ ଗୋବର୍ଦ୍ଧନପୁର କ୍ଳଷ୍ଟର ସଂଯୋଜକ କୁମାର ଗୌରବ ପରିଡା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୌରାଙ୍ଗ କରୁଆଁ ମଞ୍ଚାସୀନ ଥିଲେ। ଦ୍ଵିତୀୟ ଅଧିବେଶନରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାରତ ଭୂଷଣ ସାହୁ, ଅନ୍ତଃରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କର, ଲାଞ୍ଜିଗଡ କ୍ଳଷ୍ଟର ସଂଯୋଜକ ଶ୍ରବଣ କୁମାର ସରାଫ, ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମିଶ୍ର, ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ମହାପାତ୍ର ମଞ୍ଚାସୀନ ଥିଲେ। କ୍ଳଷ୍ଟର ସଂଯୋଜକ ପ୍ରକାଶଚନ୍ଦ୍ର ପଧାନଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଶିକ୍ଷକ ବିଭୁତିଭୂଷଣ ତାଣ୍ଡି ଓ ଲଳିତ ମୋହନ ଭୋଇ ମଞ୍ଚ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *