ନାଉଗାଁହାଟ ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଗ ଦିବସ ପାଳିତ।
ଜଗତସିଂହପୁର ଜିଲ୍ଲା
୨୧/୬/ (ବୈଷ୍ଣବ ରାଉଳ)ନାଉଗାଁ ବ୍ଳକ ଅନ୍ତର୍ଗତ ନାଉଗାଁ ହାଟ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସନ୍ତୋଷୀ ସେଠୀଙ୍କ ସଭାପତିତ୍ୱରେ ଏବଂ ଏନସିସି ଶିକ୍ଷକ ତଥା ଇକୋ କ୍ଲବ ଦାୟିତ୍ୱରେ ଥିବା ଶିକ୍ଷକ ଶ୍ରୀମାନ ମାନସ କୁମାର ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଯୋଗ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ବାବା ସତ୍ୟାନନ୍ଦ ଦାସ ମହାରାଜ ଯୋଗଦେଇ ଯୋଗ ଦ୍ଵାରା ନିରୋଗ ରହିବା ଓ ସୁସ୍ଥ ଜୀବନ ଯାପନ ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ଅନ୍ୟତମ ସମ୍ମାନିତ ଅତିଥି ରୂପେ ପୂର୍ବତନ ପ୍ରଧାନ ଶିକ୍ଷକ ନିରଞ୍ଜନ ମହାନ୍ତି ଯୋଗଦେଇ ଯୋଗର ଉପଯୋଗିତା ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଶିକ୍ଷକ ଭାବେ ପତଞ୍ଜଳିର ଯୋଗଗୁରୁ ଶ୍ରୀଯୁକ୍ତ ସୋମନାଥ ପଣ୍ଡା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଆସନ ଓ ପ୍ରାଣାୟାମ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ , ଶିକ୍ଷୟିତ୍ରୀ , ଶିକ୍ଷା କର୍ମଚାରୀ ଏବଂ ଏନସିସି କ୍ୟାଡେଟ୍ ସହଯୋଗ କରିଥିଲେ।