ଆଜି ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ରାୟ ପ୍ରକାଶ ପାଇଲା
ପାଟଣାଗଡ଼,୨୮/୫ ( ନିଲକାନ୍ତି ଭୋଇ ):ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଦୀର୍ଘ ୭ ବର୍ଷର ଅପେକ୍ଷା ପରେ ଏହି ରାୟ ପ୍ରକାଶ ପାଇବାକୁ ଯାଉଥିବାରୁ ବିଭିନ୍ନ ମହଲରେ ଏନେଇ ଉତ୍ସୁକତା ପ୍ରକାଶ ପାଇଛି। ପାଟଣାଗଡ଼ ଏଡିଜେ କୋର୍ଟରେ ଏହି ଚର୍ଚ୍ଚିତ ମାମଲାର ରାୟ ପ୍ରକାଶ ପାଇବାକୁ ଯାଉଛି।୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟି ନବବିବାହିତ ସଫ୍ଟୱେର ଇଞ୍ଜିନିୟର ସୌମ୍ୟଶେଖର ସାହୁ, ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ମୃତ ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ପାଟଣାଗଡ଼ ନିକଟସ୍ଥ ଭଇଁଷା କଲେଜର ଇଂଲିଶ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଏକମାତ୍ର ଓ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରିଥିଲା। କ୍ରାଇମବ୍ରାଞ୍ଚ ଟିମ୍ ୨୦୦୦ ପୃଷ୍ଠାର ଚାର୍ଜଶଟ୍ ଦାଖଲ କରିବା ପରେ ପାଟଣାଗଡ଼ ଏଡିଜେଏମ କୋର୍ଟରେ ପ୍ରାୟ ୨ବର୍ଷ କାଳ ଏହାର ଶୁଣାଣି ଓ ନ୍ୟାୟିକ ପ୍ରକ୍ରିୟା ଚାଲିଥିଲା। ୬୨ଜଣ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ପରେ ଏଡିଜେ ୨୮ ତାରିଖରେ ଏହି ଚର୍ଚ୍ଚିତ ମାମଲାର ରାୟ ପ୍ରକାଶ କରିବେ ବୋଲି ଶୁଣାଇଥିଲେ। ଫଳରେ ନ୍ୟାୟ ଅପେକ୍ଷାରେ ଥିବା ମୃତ ସୌମ୍ୟଶେଖରଙ୍କ ମାତାପିତା ସଞ୍ଜୁକ୍ତା ସାହୁ ଓ ରବୀନ୍ଦ୍ର ସାହୁ ନ୍ୟାୟ ପାଇବେ ବୋଲି ଆଶାବାଦୀ ଥିବା ଜଣାଇଛନ୍ତି। ଅନ୍ୟପକ୍ଷରେ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଆଜି ଆଜୀବନ କାରାଦଣ୍ଡ ମିଳିଛି । ପାଟଣାଗଡରୁ ନିଳକାନ୍ତି ଭୋଇଙ୍କ ରିପୋଟ କଳିଙ୍ଗ ୨୪ ନିଉଜ